ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପର୍ଣ୍ଣ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟ ର ଏକ ମକ ଡ୍ରିଲ ଟାଉନ ଥାନା ପରିସରରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଚଳିତ ରଥଯାତ୍ରାରେ ଅଧିକ ଶ୍ରଦ୍ଧାଳୁ ଙ୍କ ଯୋଗ ଦାନ ଆଶା କରାଯାଉଛି।ତେଣୁ ଆମକୁ ଯାତ୍ରୀ ଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରିବାର ଆବଶ୍ୟକତା ରହିଛି। ସମସ୍ତ କାର୍ଯ୍ୟ କୁ ବିଭିନ୍ନ ବିଭାଗ ସଠିକ ଭାବେ ପରିଚାଳନା କରୁଛନ୍ତି। ତାହାର ଏକ ବାସ୍ତବ ବ୍ୟବସ୍ଥା ର ଅନୁଧ୍ୟାନ ପାଇଁ ମକ ଡ୍ରିଲ ର ପରିକଳ୍ପନା।ଏହା ଦ୍ୱାରା ଆମେ ସଶକ୍ତ ହେବା ସହ କାର୍ଯ୍ୟକୁ ଖୁବ୍ ଭଲ ଭାବରେ ପରିଚାଳନା କରିବାର ଅଭିଜ୍ଞତା ହାସଲ କରିବା ବୋଲି ଜିଲ୍ଲାପାଳ କହିଥିଲେ।ଏସ୍ ପି ଡଃ କନୱର ବିଶାଲ ସିଂ ସମସ୍ତ ବିଭାଗ ତାଙ୍କର ଦାୟିତ୍ୱ କୁ ବୁଝିବା ଓ ଅନ୍ୟ ବିଭାଗ ସହ ସମନ୍ବୟ ରଖି କାର୍ଯ୍ୟ କରିବା ଲକ୍ଷ୍ୟ ରେ ଏହି ମକ ଡ୍ରିଲ ବେଶ ସହାୟକ ହେବ ବୋଲି କହିଥିଲେ। ଅତିରିକ୍ତ ଏସ୍ ପି ମିହିର ପ୍ରସାଦ ପଣ୍ଡା, ଅତିରିକ୍ତ ଏସ ପି ବିଷ୍ଣୁ ପ୍ରସାଦ ପତି ମକଡ୍ରିଲ ସମ୍ପର୍କରେ ସବିଶେଷ ସୂଚନା ଓ ଆବଶ୍ୟକତା ତଥ୍ୟ ପ୍ରଦାନ କରି ଏହା ରଥଯାତ୍ରା ସମୟରେ ଉପଯୋଗୀ ସାବ୍ୟସ୍ତ ହେବ ବୋଲି କହିଥିଲେ।ଓସଡାମାର ଡି ଜି ଏମ ସୁନୀଲ କୁମାର ସାହୁ, ସାର୍ଥକ ସୌରଭ ମହାପାତ୍ର ମକ ଡ୍ରିଲ ର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରିବା ସହ ମକ ଡ୍ରିଲ ପରିଚାଳନା କରିଥିଲେ। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ।ଶେଷରେ ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଡ଼ଃ ଶରତ ଚନ୍ଦ୍ର ମହାପାତ୍ର,ଉପଜିଲ୍ଲାପାଳ ଭବତାରଣ ସାହୁ ,ଡେପୁଟି କଲେକ୍ଟର ଜିତେନ୍ଦ୍ର କୁମାର ପାତ୍ର,ରାକେଶ କୁମାର ପଣ୍ଡା,ବିଭିନ୍ନ ବିଭାଗର ଅଧିକାରୀ, ପୋଲିସ ଅଧିକାରୀ, ସ୍ୱଛାସେବୀ ମାନେ ଏହି ମକଡ୍ରିଲ ରେ ଯୋଗ ଦେଇଥିଲେ। ପରେ ଏନ ଡି ଆର ଏଫ,ଓଡ୍ରାଫ, ଅଗ୍ନିଶମ,ମେଡିକାଲ, ପୋଲିସ, ପରିବହନ,ଆମ୍ବୁଲାନ୍ସ ,ପୂର୍ତ୍ତ ବିଭାଗ,ପୌର ପ୍ରଶାସନ ଇତ୍ୟାଦି ବିଭାଗର ସମ୍ମିଳିତ ମକଡ୍ରିଲ ର କାର୍ଯ୍ୟ କୁ ଇଣ୍ଟିଗ୍ରେଟେଡ୍ ନିୟନ୍ତ୍ରଣ କକ୍ଷ ମାଧ୍ୟମରେ ପରିଚାଳନା କରାଯାଇଥିଲା।ରଥଯାତ୍ରା ସମୟରେ କୌଣସି ଘଟଣା ଦୁର୍ଘଟଣା ଘଟିଲେ କିପରି ତାହାର ସଫଳ ମୁକାବିଲା ତ୍ୱରାନ୍ୱିତ ଭାବରେ କରାଯାଇ ପାରିବ ତାହାର କୌଶଳ ପ୍ରଦର୍ଶନ କରାଯାଇ ସଚେତନ କରାଯାଇଥିଲା।