
ଭୁବନେଶ୍ୱର, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ପିତୃ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ତାଳଚେର ବିଧାୟକଙ୍କ ପିତା ଭାରତୀୟ ସେନା ବାହିନୀର ପୂର୍ବତନ କର୍ମଚାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଶ୍ରୀ ପ୍ରଧାନ ତାଳଚେର ବିଧାୟକଙ୍କ ସହ ଟେଲିଫୋନରେ କଥା ହୋଇ ମଧ୍ୟ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ ।