ନୂଆଦିଲ୍ଲୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପବିତ୍ର ରଥାଯାତ୍ରା ଉପଲକ୍ଷେ ଭକ୍ତ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ !