-
ମହାପ୍ରଭୁଙ୍କ ଦର୍ଶନ କରି ମୁଁ ବିମୋହିତ- ଧର୍ମେନ୍ଦ୍ର ପ୍ରଧାନ
-
ରଥ ସମ୍ମୁଖରେ ଆଭୂମି ପ୍ରଣିପାତ ହେଲେ କେନ୍ଦ୍ରମନ୍ତ୍ରୀ
-
ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ ଏକ ଅପୂର୍ବ ମୁହୂର୍ତ୍ତ
-
ମହାପ୍ରଭୁଙ୍କ ପାଖରେ ସମଗ୍ର ମାନବତାର କଲ୍ୟାଣ ପାଇଁ ପ୍ରାର୍ଥନା କଲେ କେନ୍ଦ୍ରମନ୍ତ୍ରୀ
-
ପୁରୀ ଗୋବର୍ଦ୍ଧନ ପୀଠ ବୁଲିବା ସହ ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କ ଆଶୀର୍ବାଦ ନେଲେ
-
ଦେବା ଦେବୀଙ୍କର ଦର୍ଶନ ଯେତେ ପବିତ୍ର, ପୂଜ୍ୟ ସାଧୁ ସନ୍ଥଙ୍କ ଦର୍ଶନ ମଧ୍ୟ ସେତିକି ପବିତ୍ର
ରଥ ସମ୍ମୁଖରେ ଆଭୂମି ପ୍ରଣିପାତ ହେବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ପବିତ୍ର ରଥଯାତ୍ରା ଅବସରରେ ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ ଏକ ଅପୂର୍ବ ମୁହୂର୍ତ୍ତ । ସେ ଲୀଳାମୟ, ତାଙ୍କ ଲୀଳା ଅପାର । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଧନ ପରିପୂର୍ଣ୍ଣ ହେଉ ।
ଓଡ଼ିଆ ଜାତି ଓ ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥ । ସେ ଭାବର ଠାକୁର ଓ ଧାର୍ମିକ ସମନ୍ୱୟର ଦେବତା । ଆଜି କୋଟି କୋଟି ଶ୍ରଦ୍ଧାଳୁଙ୍କ ଗ୍ରହଣରେ ତାଙ୍କୁ ଦର୍ଶନ କରି ମୁଁ ବିମୋହିତ। ଶ୍ରୀ ପ୍ରଧାନ ପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ମାନବ କଲ୍ୟାଣ ଓ ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା କରିଛନ୍ତି ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପୁରୀ ଗୋବର୍ଦ୍ଧନ ପୀଠକୁ ଯାଇ ଶଙ୍କରାଚାର୍ଯ୍ୟ ଜଗତଗୁରୁ ପରମପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କୁ ସାକ୍ଷାତ୍ କରି ତାଙ୍କ ଆଶୀର୍ବାଦ ନେଇଥିଲେ । ସେ କହିଥିଲେ ଦେବା ଦେବୀଙ୍କର ଦର୍ଶନ ଯେତେ ପବିତ୍ର, ପୂଜ୍ୟ ସାଧୁ ସନ୍ଥଙ୍କ ଦର୍ଶନ ମଧ୍ୟ ସେତିକି ପବିତ୍ର । ଆଜି ଦେବ ଦର୍ଶନ ସହ ଗୁରୁ ଦର୍ଶନ କରିବା ଆନନ୍ଦର ବିଷୟ ।