-
୫ଟି ସଚିବ ଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ
-
ନିର୍ମାଣ କାର୍ଯ୍ୟ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ ହୋଇଛି ଓ ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି ।
ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା ।
ପ୍ରକାଶ ଥାଉ କି ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି. କେ. ପାଣ୍ଡିଆନ୍ ଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁର ର ଏହି ବ୍ରିଜ ନିର୍ମାଣ ସ୍ଥାନ ମଧ୍ୟ ପରିଦର୍ଶନ କରିଥିଲେ ଓ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ । ୫ଟି ସଚିବ ଙ୍କ ଏହି ଗସ୍ତ ସମୟରେ ଜନସାଧାରଣ ମାନେ ତାଙ୍କୁ ଭେଟି ଥିଲେ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ ୫ଟି ସଚିବ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ ।