
ଗଞ୍ଜାମ ,ଜିଲ୍ଲା ଦିଗପହଣ୍ଡି କଲେଜ ଛକ ତଥା ମଉଳା ଭଣଜା ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ବସ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କ ମଧ୍ୟରୁ ୮ ଜଣ ବ୍ରହ୍ମପୁର ବଡ ମେଡିକାଲରେ ଏବଂ ଜଣେ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସିତ ହେଉଥିବା ଆହତ ମାନଙ୍କୁ ଆଜି ସକାଳେ ମେଡିକାଲରେ ଭେଟିଛନ୍ତି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ବ୍ରହ୍ମପୁର ଏସପି ସର୍ବଣା ବିବେକ ଏମ । ଏଥିସହ ସେମାନଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଏବଂ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେହିପରି ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି ।