
ଭୁବନେଶ୍ଵର, ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଂଟା ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।