
ଭୁବନେଶ୍ଵର,ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ତଳୁଆ ଅଂଚଳରେ ପାଣି ଜମିବାର ସମ୍ଭାବନା ରହିଛି । ସହରାଚଂଳରେ ତୀବ୍ର ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିବା ସହ ଟ୍ରାଫିକଜନିତ ସମସ୍ୟା ଉପୁଜିପାରେ । କଚ୍ଚା ରାସ୍ତା ପ୍ରଭାବିତ ହେବ ସହ ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି । ତଳୁଆ ଚାଷଜମି ଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ଜଳ ନିସ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ ସୂଚନା ଦିଆଯାଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।