ଭୁବନେଶ୍ୱର, ବରିଷ୍ଠ ସାମ୍ବାଦିକ ଜଗନମୋହନ ମହାପାତ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
କେନ୍ଦ୍ରମନ୍ତୀ ଟୁଇଟ୍ କରିଛନ୍ତି ଯେ ଓଡ଼ିଶାର ବରିଷ୍ଠ ସାମ୍ବାଦିକ ଜଗନମୋହନ ମହାପାତ୍ରଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ସାମ୍ବାଦିକତା କ୍ଷେତ୍ରରେ ଲମ୍ବା ସମୟ ଧରି ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ଓଡ଼ିଆ ଗଣମାଧ୍ୟମ ଜଗତରେ ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି
Posted by: Desk, Indo Kaling Times