
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ଢ଼େଙ୍କାନାଳରେ ସର୍ବାଧିକ ୭୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କଟକ ଜିଲ୍ଲାର ନରସିଂହପୁରରେ ୩୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ତିରିଂରେ ୨୩.୬ ମି.ମି., ମାଲକାନଗିରି ଜିଲ୍ଲାର ପଡ଼ିଆରେ ୨୩.୧ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୨୧.୩ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୨୧.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଗଁଦିଆରେ ୨୦.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ୧୮.୦ ମି.ମି., ସମ୍ବଲପୁର ଜିଲ୍ଲାର ଧନକଉଡ଼ାରେ ୧୭.୩ ମି.ମି. ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ସର୍ବନିମ୍ନ ୧୪.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times