
-
ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ ରାଉତରାୟ
ଭୁବନେଶ୍ୱର, ଜଗତସିଂହପୁର ଜିଲ୍ଲା ଉପ ସଭାପତି ଭାବେ ଟିଟୋର ସହଯୋଗୀ ବା ଅତି ଘନିଷ୍ଠ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁ ପରିଡ଼ାଙ୍କୁ ଦାୟିତ୍ୱ ମିଳିବା ପରେ ବିଜେଡିରେ ବିବାଦ ବଢିବାରେ ଲାଗିଛି । ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଏହି ପ୍ରସଙ୍ଗରେ ପୂର୍ବତନ ଜିଲ୍ଲା ସଭାପତି ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି ।
ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ପାରାଦ୍ୱୀପ ବିଧାୟକ ସମ୍ବିତ ରାଉତରାୟ କହିଛନ୍ତି ନିର୍ବାଚନ ମଣ୍ଡଳୀରୁ ଜିଲ୍ଲା ସ୍ତରୀୟ କର୍ମକର୍ତ୍ତାଙ୍କ ଲିଷ୍ଟ ଦେବା ପାଇଁ ଆମକୁ କୁହାଯାଇଥିଲା । ମୁଁ ବି ଦେଇଥିଲି । କିନ୍ତୁ ମୋ ଲିଷ୍ଟ ରେ ବାପୁ ପରିଡ଼ା ନାଁ ନଥିଲା । ସେ ନାଁ କେମିତି ଲିଷ୍ଟ କୁ ଆସିଲା ମୁଁ ଜାଣିନି । ପୁର୍ବତନ ଜିଲ୍ଲା ସଭାପତି ପ୍ରଶାନ୍ତ ମୁଦୁଲି ଜାଣିଛନ୍ତି । ସେ ବାପୁ ପରିଡ଼ା ନାଁ କୁ ଦେଇଛନ୍ତି । ବାପୁ ନାଁ ରେ କେସ ଅଛି । ତାକୁ ପଦ ପଦବୀ ପାଇଁ ମୁଁ ସୁପାରିଶ କରିନି । ଦଳରେ ପଦ ପଦବୀ ଅଥବା ଉପ ସଭାପତି ପଦ କୁ ଦେଖି ଚାହିଁ ଦେବାର ଥିଲା । ପ୍ରଶାନ୍ତ ମୁଦୁଲି ନାଁ ଦେଇଛନ୍ତି ତେଣୁ ତାଙ୍କୁ ପଚାରନ୍ତୁ ବୋଲି କହିଲେ ସମ୍ବିତ । ମୋତେ ନାଁ ଗୁଡା ଅସ୍ବଭାବିକ ଲାଗିବା ପରେ ମୁଁ ପଚାରିଥିଲି ପ୍ରଶାନ୍ତ ମୁଦୁଲି ମୋତେ କହିଲେ ମୁଁ ଦେଇଛି । ସେ କାହା ଚାପରେ ଦେଇଥିବେ ମୁଁ ଜାଣିନି । ବିଜୁ ପରିବାରର ନୀତି ଅନୁଯାୟୀ ସ୍ୱଚ୍ଛ ନିର୍ମଳ ବ୍ୟକ୍ତି ବିଶେଷ କୁ ବାଛିବା ଦରକାର । ପଦବୀ ଟା ବି ବହୁ ଗୁରୁତ୍ୱପୂର୍ଣ୍ଣ । ଦଳ ହାଇକମାଣ୍ଡ ଯାହା ଆଗକୁ ବିଚାର କରିବେ । ମୁଁ କିଛି କହିବିନି ହାଇକମାଣ୍ଡ ଦଳ ଚଳାଉଛନ୍ତି ସେ ଆପେ ଆପେ ଜାଣିବେ । ସବୁକିଛି ଜାଣୁଛନ୍ତି ଏଇ କଥା ବି ଜାଣିବେ ।
Posted by: Desk, Indo Kaling Times