
ଭୁବନେଶ୍ୱର,ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଗତ କାଲିର ଘୁର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି ।
Posted by: Desk, Indo Kaling Times