
ଖୋର୍ଦ୍ଧା,ଫ୍ୟାନରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।ତେବେ ଯୌତୁକ ଜନିତ ନିର୍ଯାତନା ଯୋଗୁଁ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ଆଣିଛନ୍ତି ବାପଘର ଲୋକେ। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ନାଭାଲ ଫାଣ୍ଡି ନିକଟସ୍ଥ ନୀଳାଦ୍ରି ବିହାର ଅଞ୍ଚଳରେ । ମୃତ ମହିଳାଙ୍କ ନାମ ରୋଜିରାଣୀ ମାଝୀ (୩୫ ବର୍ଷ)lସୂଚନାନୁ୍ାୟୀ, ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଗ୍ରାମର ରୋଜିରାଣୀ ମାଝୀ ୧୨ ବର୍ଷ ପୂର୍ବେ ଡୁଙ୍ଗମାଳ ପଞ୍ଚାୟତ ନୀଳାଦ୍ରିବିହାରର କୈଳାଶ ମାଝୀଙ୍କ ପୁଅ ରୋହିତ କୁମାର ମାଝୀଙ୍କୁ ବିବାହ କରିଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ରୋଜି ଘର ପଙ୍ଖାରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିଲେ। ଖବର ପାଇ ରୋଜିଙ୍କ ବାପଘର ଲୋକ ଶ୍ୱଶୁର ଘରେ ପହଞ୍ଚିଥିଲେ। ତେବେ ରୋଜିଙ୍କ ପିତା ଖଲି ଜେନା ଅଭିଯୋଗ କରିଛନ୍ତି ଯେ, ତାଙ୍କ ଝିଅକୁ ସ୍ୱାମୀ ଓ ଶ୍ୱଶୁର ଘର ଲୋକେ ଯୌତୁକ ନିର୍ଯାତନା ଦେଇ ଆସୁଥିଲେ।ଫଳରେ ରୋଜି ମାନସିକ ଚାପରେ ଆତ୍ମହତ୍ୟା କରିଛନ୍ତି।ଅଭିଯୋଗକୁ ଭିତ୍ତିକରି ବାଲୁଗାଁ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ଘଟଣାସ୍ଥଳରେ ମାଜିଷ୍ଟ୍ରେଟ ତଥା ଚିଲିକା ତହସିଲଦାରଙ୍କ ଉପସ୍ଥିତିରେ ଘର କବାଟ ଭାଙ୍ଗି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ।
Posted by: Desk, Indo Kaling Times