ଭୁବନେଶ୍ଵର, ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତର-ପଶ୍ଚିମ ପାର୍ଶ୍ଵବର୍ତୀ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇ ଦିନ ଯାଏଁ ପଶ୍ଚିମ ଉତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times
Related Stories
November 22, 2024