ମାଲକାନଗିରି, ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଳକ ନାକାମାମୁଡି ପଞ୍ଚାୟତ ବାୟାପଡା ଘାଟିରେ ଭୂସ୍ଖଳନ ହୋଇଛି। ଯାହାଫଳରେ ନାକାମାମୁଡ଼ି ପଞ୍ଚାୟତର ୧୯ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ପ୍ରାୟ ୩ ହଜାର ଲୋକେ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି।
ବାୟାପଡା ଘାଟି ଅଞ୍ଚଳରେ ବସବାସ କରୁଥିବା ଗାଁ ଗୁଡ଼ିକର ଲୋକ ମାନେ ଏହି ଘାଟି ରାସ୍ତା ଦେଇ ଯିବା ଆସିବା କରନ୍ତି।୨ ବର୍ଷ ତଳେ ପାହାଡ କଟାଯାଇ ଘାଟିରେ ଏହି ରାସ୍ତା ତିଆରି କରାଯାଇଥିଲା। ଭୂସ୍ଖଳନ ହେବା ଯୋଗୁ ପାହାଡରୁ ମାଟି ଓ ପଥର ଧସେଇ ଆସି ରାସ୍ତା ଉପରେ ପଡ଼ିଛି। ଯାହାଫଳରେ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ବର୍ଷା ଲାଗି ରହିଥିବାରୁ ପ୍ରଶାସନ ପକ୍ଷରୁ ଏହାକୁ ସଫା କରାଯାଇ ପାରିନାହିଁ। ଯାହାଫଳରେ ୧୯ଟି ଗାଁର ଲୋକେ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି।
Posted by: Desk, Indo Kaling Times