ଭୁବନେଶ୍ୱର,ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତୀ ଓଡିଶା ଉପକୂଳରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ସେହିପରି ୨୪ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତୀ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର (୭ ରୁ ୨୦ ସେମି) ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡା, ବରଗଡ , ସମ୍ବଲପୁର , ଦେବଗଡ, କେନ୍ଦୁଝର, ମୟୁରଭଂଜ, ସୋନପୁର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷାର (୭ରୁ ୧୧ ସେମି) ସମ୍ଭାବନା ରହିଛି । ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଶନିବାର ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରବିବାର ପାଇଁ ୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
Posted by: Desk, Indo Kaling Times