କଟକ ଭୁବନେଶ୍ୱର, କଟକରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ନେଇ କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ ବୋଲି କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।
ସେ କହିଛନ୍ତି ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ ୬୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସଭାସ୍ଥଳରେ ଏଡିସିପି ପାହ୍ୟାର ଅଧିକାରୀ ମୁତୟନ ରହିବେ । ରାଷ୍ଟ୍ରପତିଙ୍କ ରୁଟ୍ ଲାଇନ ଠାରୁ ଆରମ୍ଭ କରି ସଭାସ୍ଥଳ ପର୍ଯ୍ୟନ୍ତ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହେବେ । ରାଷ୍ଟ୍ରପତିଙ୍କ ଗସ୍ତ ରାସ୍ତାରେ ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯିବ । ଆସନ୍ତା ୨୫ ତାରିଖରେ ରାଷ୍ଟ୍ରପତି ୩ ଦିନିଆ ଓଡିଶା ଗସ୍ତରେ ଆସୁଥିବା ବେଳେ ୨୬ ତାରିଖରେ କଟକ ଗସ୍ତ କରିବେ ।