
ଭୁବନେଶ୍ୱର, ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ସଠିକ ସମୟ ଆସିଲେ ନିଶ୍ଚୟ ୪ ଦ୍ୱାର ଖୋଲାଯିବ । ଏବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଚାଲିଛି । ଶ୍ରଦ୍ଧାଳୁ ଚାରିଦ୍ୱାର ଦେଇ ଗଲେ ଆହତ ହେବାର ସମ୍ଭାବନା ରହିଛି ।
ସୂଚନାଯୋଗ୍ୟ ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରର ୪ ଦ୍ୱାର ଭକ୍ତଙ୍କ ପାଇଁ ଖୋଲିବାକୁ ଦାବି କରିଛନ୍ତି ।