ଭୁବନେଶ୍ଵର, ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ଆଜି ୨୪ ଜୁଲାଇ ସୁଦ୍ଧା ରାଜ୍ୟରେ ୪୦୭.୯ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୪୬୬.୭ ମି.ମି. ତୁଳନାରେ ୧୩ ପ୍ରତିଶତ କମ୍ ରହିଛି ଯାହାକି ସ୍ଵାଭାବିକ୍ ପରିସରଭୁକ୍ତ ।
ଏହି ଅବଧି ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୬୯୬.୮ ମି.ମି. ସହ ୪୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୨୨୭.୫ ମି.ମି. ସହ ୩୫ ପ୍ରତିଶତ ନିଅଂଟିଆ ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।