ଭୁବନେଶ୍ୱର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଜିପିଏଚ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ଓ ତାଙ୍କ ସହ ଜଡିତ ଅନ୍ୟ ସ୍ଥାନ ମାନଙ୍କ ଉପରେ ଭିଜଲାନ୍ସ ବିଭାଗ ଚଢାଉ କରିଛି । ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଭିଜିଲିନ୍ସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲାରେ ତାଙ୍କ ସହ ଜଡିତ ତିନୋଟି ସ୍ଥାନରେ ଏକା ସହିତ ଭିଜିଲାନ୍ସ ଟିମ ମାନଙ୍କ ଦ୍ୱାରା ଚଢାଉ କରାଯାଉଛି ।
ଭବାନୀପାଟଣାର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି ୪ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଚାଲିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।