-
କୁଇଗୁର ବ୍ରିଜ୍ ଉପରେ ୫ ଫୁଟ୍ ଉଚ୍ଚରେ ବନ୍ୟାଜଳ ପ୍ରବାହିତ : ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ
ମାଲକାନଗିରି, ଆନ୍ଧ୍ରରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ଗୋଦାବରୀ ଓ ସାବେରୀ ନଦୀ । ଫଳରେ ମୋଟୁର ତଳିଆ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୁଇଗୁର ବ୍ରିଜ୍ ଉପରେ ୫ ଫୁଟ୍ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି । ଯାହାଦ୍ବାରା ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।