
କେନ୍ଦୁଝର, ଆଜି ଭୋର୍ ୪ଟା ସମୟରେ କେନ୍ଦୁଝର ଜିଲ୍ଲା ମଧ୍ୟ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥର ମହୁଲଡ଼ିହା ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କଲିକତା ଅଭିମୁଖେ ଯାଉଥିବା ଏକ ଟ୍ରକ୍ କୁ ଅନ୍ୟ ଏକ ଟ୍ରକ୍ ପଛପଟୁ ଧକ୍କା ଦେବା ଫଳରେ ଟ୍ରକ୍ ରେ ନିଆଁ ଲାଗି ଯାଇଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଖବର ପାଇ ପୋଲିସ ଓ ଅଗ୍ନିଶମ କର୍ମଚାରୀ ସେଠାରେ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।