
ଭୁବନେଶ୍ୱର,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି । ସାହିତ୍ୟ ଏବଂ ରାଜନୀତି କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନାରୀ ଓ ଯୁବ ସମାଜ ପାଇଁ ସର୍ବଦା ଅନୁକରଣୀୟ ।