
ଭୁବନେଶ୍ୱର, ୪୦ ହଜାର ଟଙ୍କା ଲାଂଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝାରସୁଗୁଡ଼ା ଚାଇଲ୍ଡ ଡେଭଲପମେଂଟ ପ୍ରୋଜେକ୍ଟ ଅଫିସର (ସିଡିପିଓ) ସରୋଜିନୀ ଏକ୍କା । ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ । ଭିଜିଲାନ୍ସ ଅଧିକାରୀମାନେ ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ସମସ୍ତ ଲାଂଚ ଟଙ୍କା ଜବତ କରିଛନ୍ତି । ସରୋଜିନୀ ଏକ୍କା ଆୟ ବହିର୍ଭୂତ ସଂପତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି । ଏହି ମାମଲାରେ ରାଉରକେଲା ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଛି ।