ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ସୋନପୁର ଜିଲ୍ଲାର ଉଲୁଣ୍ଡାରେ ସର୍ବାଧିକ ୩୫.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ତିରିଂରେ ୩୩.୦ ମି.ମି., ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୩୦.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଦେଓଗାଁରେ ୨୬.୦ ମି.ମି., ବାଲେଶ୍ଵର ଜିଲ୍ଲାର ଭୋଗରାଇରେ ୨୨.୦ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୨୦.୨ ମି.ମି., ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୧୮.୬ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୧୭.୦ ମି.ମି., ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ୧୬.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୧୫.୦ ମି.ମି. ଏବଂ ମାଲକାନଗିରି ଜିଲ୍ଲାର ମାଥିଲିରେ ୧୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024