ଭୁବନେଶ୍ଵର,ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତା’ର ସାଧାରଣ ଅବସ୍ଥାନ ଠାରୁ ଉତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ।
ଗତ ୨୪ ଘଂଟାରେ ରାଜ୍ୟରେ ୨.୩ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ୍ ବର୍ଷା ୧୩.୨ ମି.ମି. ତୁଳନାରେ ୮୩ ପ୍ରତିଶତ କମ୍ ରହିଛି । ଆଗାମୀ ୪ ରୁ ୫ ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ବଡ଼ ବର୍ଷାର ସମ୍ଭାବନା ନାହିଁ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।