
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ,ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ |ଶ୍ରୀମନ୍ଦିର ପ୍ରଶାସନ ଏବଂ ଦତ୍ତ ମହାପାତ୍ର ସେବକଙ୍କ ମଧ୍ୟରେ ସମନ୍ୱୟ ଅଭାବରୁ ରଥଯାତ୍ରା ପରଠାରୁ ଦୀର୍ଘ ଦିନ ଧରି ମହାପ୍ରଭୁଙ୍କ ବନକଲାଗି ନୀତିରେ ବିଳମ୍ବ ହୋଇଥିଲା |ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି ଯେ କାଲି ବୁଧବାର ଶ୍ରାବଣ-ମଳ କୃଷ୍ଣ ନବମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ |ବୁଧବାର ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୧୧..୦୦ ଟିକା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି |