ଭୁବନେଶ୍ୱର– ଗତବର୍ଷ ଭଳି ଏବର୍ଷ ମଧ୍ୟ ଭୁବନେଶ୍ୱରରେ ମଶା ମାରିବ ଡ୍ରୋନ୍ । ମଶା ବଂଶ ବୃଦ୍ଧି ରୋକିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡ୍ରୋନର ବ୍ୟବହାର କରିବ । ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତି ସ୍ଥାନରେ ଡ୍ରୋନ ମାଧ୍ୟମରେ ରସାୟନିକ ସ୍ପ୍ରେ କରାଯିବ । ବିଶେଷ ଭାବେ ଅପହଂଚ ଜଳଉତ୍ସ ଗୁଡିକରେ ଏହି ଔଷଧ ସ୍ପ୍ରେ କରାଯିବ । ଗତବର୍ଷ ମଧ୍ୟ ବିଏମସି ପକ୍ଷରୁ କିଛି ସ୍ଥାନରେ ଡ୍ରୋନ୍ ବ୍ୟବହାର କରାଯାଇ ଔଷଧ ସ୍ପ୍ରେ କରାଯାଇଥିଲା ।
ଅପରପକ୍ଷରେ ଯେଉଁମାନଙ୍କ ଘରେ କିମ୍ବା ଘର ଆଖପାଖରେ ମଶା ଲାର୍ଭା ଉତ୍ପତି ହେଉଛି ତାକୁ ସଫା ନକଲେ ଫାଇନ ଆଦାୟ କରିବ ବିଏମସି ।