
ଚମ୍ପୁଆ,ଚମ୍ପୁଆ ସ୍ଥିତ ନେହେରୁ ଷ୍ଟାଡିୟମ୍ ଠାରେ ୭୭ ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଚମ୍ପୁଆ କୋର୍ଟ ପରିସରରେ ଥିବା ଉତ୍କଳମଣି ଗୋପବନ୍ଧୁ ଓ ମଧୁ ବାବୁଙ୍କ ପ୍ରତି ମୂର୍ତ୍ତି ରେ ପୁଷ୍ପ ମାଲ୍ୟ ପ୍ରଦାନ କରି ଗାନ୍ଧୀ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ ପରେ ଡାକ ବଙ୍ଗଳା ସମୁଖରେ ଥିବା ଧରଣୀଧର ଭୂୟାଁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ପ୍ରଦାନ କରାଯାଇଥିଲା l ପରେ ସକାଳ ୯ ଘଟିକା ସମୟରେ ସ୍ଥାନୀୟ ନେହେରୁ ଷ୍ଟାଡିଅମ ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଥିବାବେଳେ ଚମ୍ପୁଆ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚମ୍ପୁଆ ଉପଜିଲ୍ଲାପାଳ ସୁକାନ୍ତ କୁମାର ମାଝୀ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ନିଜର ସୁଚିନ୍ତିତ ଉଦବୋଧନ ମାଧ୍ୟମରେ ଗଣତନ୍ତ୍ର ଓ ସମ୍ବିଧାନ କୁ ସୁରକ୍ଷିତ ଓ ସୁଦୃଢ଼ କରିବା ପାଇଁ ସୁନାଗରିକ ହେବାକୁ ଛାତ୍ର ଛାତ୍ରୀ ଓ ଉପସ୍ଥିତ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ। ଏହାପରେ ମୁଖ୍ୟ ଅତିଥି ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିଥିଲେ। ଚିତ୍ତାକର୍ଷକ ପ୍ୟାରେଡ୍ ପ୍ରଦର୍ଶନ କରିଥିବା ଦଳ ମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଆୟୋଜିତ ବିଭିନ୍ନ ପ୍ରୋତିଯୋଗିତା ରେ କୃତି ପ୍ରୋତିଯୋଗି ମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଏସଡିପିଓ ବିଜୟ ମଲ୍ଲିକ, ଚମ୍ପୁଆ ଥାନା ଅଧିକାରୀ ତ୍ରିନାଥ ସେଠୀ, ଚମ୍ପୁଆ ରେଞ୍ଜର ଅକ୍ଷୟ ଛତ୍ରିଆ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ଉମାକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପରେ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଫଳ ଓ ଉପ କାରାଗାର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ବାହିନୀ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ