କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ, ଉତ୍କଳ ବାଳାଶ୍ରମ ସର୍ବ ପୁରାତନ ଅନୁଷ୍ଠାନ।ଏହା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିଲା।ଏହି ଅନୁଷ୍ଠାନର ଅନେକ ପ୍ରତିଭାଧାରୀ ଅନ୍ତେବାସୀ ଦେଶ ବିଦେଶରେ ସୁନାମ ଅର୍ଜନ କରିଛନ୍ତି ବୋଲି କହିଛନ୍ତି ରାଜ୍ୟ ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ।ପୁରୀ ଜିଲ୍ଲା ସ୍ତରୀୟ ୭୭ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଉତ୍କଳ ବାଳାଶ୍ରମ ର ଅନ୍ତେବାସୀ ମାନଙ୍କୁ ପୋଷାକ ଓ ମିଷ୍ଟାନ୍ନ ବଣ୍ଟନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ ପିଲା ମାନଙ୍କୁ ଶୃଙ୍ଖଳିତ, ଅଧ୍ୟବସାୟୀ,ପରିଶ୍ରମୀ ଓ ଦେଶସେବୀ ହେବାକୁ ଆହ୍ୱାନ ଦେଇଥିଲେ। ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଚିନ୍ମୟୀ ରଥ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର,ଡେପୁଟି କଲେକ୍ଟର ଗୋପୀନାଥ ମିଶ୍ର, ରାମଚନ୍ଦ୍ର ପଟ୍ଟନାୟକ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଅଜିତ କୁମାର ମହାପାତ୍ର, ସଦସ୍ୟ ଉପେନ୍ଦ୍ର ବିଶ୍ୱାଳ, ରେଡ଼କ୍ରସର କାର୍ଯ୍ୟକାରୀ ସଦସ୍ୟ ଜୟନ୍ତୀ ମହାପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, , ସମାଜସେବୀ ଶ୍ୟାମ ପ୍ରକାଶ ସେନାପତି ପ୍ରମୁଖ ଯୋଗ ଦେଇ ଥିଲେ।ବାଳାଶ୍ରମ ର ଛାତ୍ରୀ ମାନେ ଦେଶାତ୍ମବୋଧକ ନୃତ୍ୟ ପରିବେଷଣ କରିଥିଲେ।ପରେ ଅନ୍ତେବାସୀ ମାନଙ୍କୁ ପୋଷାକ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।
Related Stories
November 22, 2024