
ଭୁବନେଶ୍ଵର, ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ, ବଙ୍ଗୋପସାଗରର ସମାନ ଅଂଚଳରେ ଆଗାମୀ ୧୨ ଘଂଟା ମଧ୍ୟରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ସେହିପରି ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବଭାଗ ଉତରପ୍ରଦେଶ ର ବରବାଙ୍କିରୁ ବାହାରି ଦେହରି, ରାଂଚି ମଧ୍ୟଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ଉତରପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।