ଭୁବନେଶ୍ୱର,ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ସବିତା ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ପ୍ରଫେସର ସବିତା ପ୍ରଧାନଙ୍କୁ ୨ ବର୍ଷ ପାଇଁ ଏହି ଦାୟିତ୍ୱରେ ରହିବେ । ସେ ଏବେ ଶାନ୍ତିନିକେତନ ସ୍ଥିତ ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ବିଭାଗର ପ୍ରଫେସର ଅଛନ୍ତି ।
Related Stories
November 22, 2024