ବଲାଙ୍ଗିର, ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡ଼ା ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ଵାରା ପରିଚାଳିତ) ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଲାଲ ଟିକିରାର ପରିଚୟ ଗୃହ ଠାରେ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ କାଉନସିଲର ଓ ମହିଳା ଆରୋଗ୍ୟ ସମିତିର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀଙ୍କୁ ସ୍ଵାଗତ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗର ଚିହ୍ନଟ ସହ ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।
ଏହି ସ୍ବାସ୍ଥ୍ୟ ଶିବିରରେ ୨୦୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଉକ୍ତ ସ୍ବାସ୍ଥ୍ୟ ଶିବିରର ନିରୀକ୍ଷଣ ଡିପିଏଚଓ ଡାକ୍ତର ଦିବ୍ୟ କିଶୋର ପତି କରିଥିଲେ। ଏପିଏମ ରାମାନୁଜ ପଣ୍ଡା, ୟୁଡିଏମ ଅନିଲ ମହାକୁର ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିରର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢି ଓ ଭୀମ ଭୋଇ ମେଡିକାଲ କଲେଜ୍ ର ଡାକ୍ତର ମାନଙ୍କ ସମେତ ଷ୍ଟାଫ ନର୍ସ ସନ୍ତୋଷିନି କରନ, ବିଜୟିନୀ ଛତ୍ରିଆ, ଫାର୍ମାସିଷ୍ଟ ମୁକେଶ ରଣା, ଲେଵ ଟେକନିସିଆନ ପ୍ରମୋଦ ଥନପତି, ଡାଟା ଆସିଷ୍ଟାଣ୍ଟ ସୁମନ ଭାଟି, ସଗୀର ମହମ୍ମଦ, ମାନସ ହୋତା, ସ୍ଵରଜିତ ଶତପଥୀ ସହଯୋଗ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିରର ଆୟୋଜନ ଓ ପରିଚାଳନା ସୁନ୍ଦର ଭାବେ ହେଇଥିଲା।