ଭୁବନେଶ୍ୱର, ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ଏକ ଘରେ ମାଆ-ପୁଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଲୋକ ମାନେ ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ପୋଲିସକୁ ଜଣାଇଥିଲେ ।
ଏ ସମ୍ପର୍କରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ଅଇଁଠାପାଲି ଥାନା ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଜଣାପଡିନଥିବା ବେଳେ, ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ଆତ୍ମହତ୍ୟା ଘଟଣା ବୋଲି ପୋଲିସ ସନ୍ଦେହ କରୁଛି ।