
ଭୁବନେଶ୍ୱର,ପରଜଙ୍ଗ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରବି ନାରାୟଣ ସାହୁଙ୍କ ବିୟୋଗ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି, ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରବି ନାରାୟଣ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜନପ୍ରତିନିଧି ଭାବରେ ସେ ଲୋକଙ୍କ ପାଇଁ କରିଥିବା କାମ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।