-
ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ
ଭୁବନେଶ୍ୱର, ଡିଆଜିଙ୍କ ପତ୍ନୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ କରିବା ପ୍ରସଙ୍ଗରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ରାଜ୍ୟ ମହିଳା କମିଶନ । ୧୫ ଦିନ ଭିତରେ ତଦନ୍ତ କରି ରିପୋର୍ଟ ଦେବାକୁ ପୁଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ମହିଳା କମିଶନ ଅଧକ୍ଷା ମିନତି ବେହେରା ।
ସୂଚନାଯୋଗ୍ୟ ଯେ ଅନୁଗୁଳ ଡିଆଇଜି ବ୍ରିଜେଶ ରାୟଙ୍କ ଘରେ କାର୍ଯ୍ୟ କରୁଥିବା ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁ ଗତ ୧୩ ତାରିଖ ଦିନ ସେ ହୋମଗାର୍ଡ ଡିଜିଙ୍କୁ ଲିଖିତ ଭାବେ ଘଟଣା ସମ୍ପର୍କରେ ଜଣାଇଥିଲେ । ଏହି ଘଟଣାରେ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିଲା । ଆଜି ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିସନରେ ଏକ ମାମଲା ରୁଜୁ ହୋଇଥିବା ବେଳେ ରାଜ୍ୟ ମାନବାଧିକାର କମିସନ ନିଜ ଆଡ଼ୁ ଏକ ମାମଲା ରୁଜୁ କରି ରିପୋର୍ଟ ତଲବ କରିଛନ୍ତି । ଜାତୀୟ ମାନବାଧିକାର କମିସନରେ ସାମାଜିକ କର୍ମୀ ଜୟନ୍ତ ଦାସଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଓ ପୀଡ଼ିତା ହୋମଗାର୍ଡ଼ଙ୍କୁ କ୍ଷତିପୂରଣ ଦାବିରେ ଏହି ମାମଲା ରୁଜୁ ହୋଇଛି ।