ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ସର୍ବାଧିକ ୧୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୮୧.୨ ମି.ମି., କଟକ ଜିଲ୍ଲାର ଆଠଗଡ଼ରେ ୭୬.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୭୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୬୯.୦ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୬୨.୩ ମି.ମି., ସମ୍ବଲପୁର ଜିଲ୍ଲାର ହିରାକୁଦରେ ୬୦.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରାରେ ୬୦.୦ ମି.ମି., କଟକ ଜିଲ୍ଲାର କଂଟାପଡାରେ ୫୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୫୬.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୫୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୫୨.୨ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ୫୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024