
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୂର୍ବତନ ବାଚସ୍ପତି ଓ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଲୋକଙ୍କ ପ୍ରଗତି ଓ ଉନ୍ନତି କ୍ଷେତ୍ରରେ କରିଯାଇଥିବା କାର୍ଯ୍ୟ ପାଇଁ ଶ୍ରୀପାତ୍ର ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ବିୟୋଗ ବିଜୁ ଜନତା ଦଳ ପାଇଁ ଅପୂରଣୀୟ କ୍ଷତି।
ଶ୍ରୀପାତ୍ରଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ଶ୍ରୀବର୍ମା ।