ଭୁବନେଶ୍ଵର, ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତୀ ଅଂଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୭.୬ କି.ମି. ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଂଟା ମଧ୍ୟରେ ଉତର-ପଶ୍ଚିମ ପାର୍ଶ୍ଵବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 24, 2024
November 24, 2024