
ଭୁବନେଶ୍ଵର, ଗତ ୨୪ ଘଂଟାରେ ରାଜ୍ୟରେ ବିସ୍ତୃତି ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୧୪୨.୪ ମି.ମି. ରେକର୍ଡ କରାଯାଇଛି । ସେହିପରି ଗତ ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୧୩୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୯୮.୦ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୮୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୮୨.୦ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୮୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡୁଳିରେ ୭୯.୬ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୭୮.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡାରେ ୭୫.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୭୨.୦ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୬୯.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୬୬.୮ ମି.ମି. ଏବଂ ଝାରସୁଗୁଡ଼ା ଜିଲ୍ଲାର କୋଲାବିରାରେ ୬୬.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।