ଭୁବନେଶ୍ଵର, ଉତର-ପଶ୍ଚିମ ପାର୍ଶ୍ଵବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କି.ମି. ଯାଏଁ ବ୍ୟାପିଛି । ଲଘୁଚାପର ପ୍ରଭାବକୁ ଦୃଷ୍ଟିରେ ରଖି ଆସନ୍ତା କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି କୋରାପୁଟ ଏବଂ ନବରଙ୍ଗପୁର । ଏସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସମ୍ପୃକ୍ତ ଅଂଚଳର କେତେକ ସ୍ଥାନରେ (୭ରୁ ୨୦ ସେମି ପର୍ଯ୍ୟନ୍ତ) ବର୍ଷା ହୋଇପାରେ ।
ସେହିପରି ଆସନ୍ତା ୨୪ ଘଂଟା ପାଇଁ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ଜିଲ୍ଲା ଗୁଡିକ ହେଲା ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲଘୁଚାପର ପ୍ରଭାବ ଜାରୀ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।