ଭୁବନେଶ୍ୱର,ଜଷ୍ଟିସ୍ ଶିବଶଙ୍କର ମିଶ୍ର ଓ ଜଷ୍ଟିସ୍ ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶା ହାଇକୋର୍ଟର ଦୁଇ ନୂତନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଉଭୟଙ୍କୁ ଏକ ସ୍ୱତନ୍ତ୍ର ଉତ୍ସବରେ ଶପଥପାଠ କରାଇଛନ୍ତି । ଏହି ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି। ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ୨୦୨୩ ଅଗଷ୍ଟ ୧୭ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବିଶିଷ୍ଟ ଆଇନଜୀବୀ ଶ୍ରୀ ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ବେହେରାଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା
Related Stories
November 24, 2024