
ଭୁବନେଶ୍ୱର, ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ମହେନ୍ଦ୍ର କୁମାର ବଢ଼ାଇଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକଟ କରିଛନ୍ତି । ସାମାଜିକ ଗଣମାଧ୍ୟମ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ନେତା ମହେନ୍ଦ୍ର କୁମାର ବଢ଼ାଇଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ । ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।