
ଭଦ୍ରକ – ଭଦ୍ରକ ନେହେରୁ ଷ୍ଟାଡିୟମରେ ଜିଲ୍ଳା ପ୍ରଶାସନ ପକ୍ଷରୁ ପଲ୍ଲିଶ୍ରୀ ଓ ପୁସ୍ତକ ମେଳା ଉଦ୍ଘାଟିତ ହୋଇ ଯାଇଛି। ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଏହି ଉତ୍ସବର ମୁଖ୍ୟ ଅତିଥି ଭାବେ େଯାଗ ଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ଭଣ୍ଡାରିପୋଖରୀ ବିଧାୟକ ତଥା ପୂର୍ବତନ ମନ୍ରୀ ପ୍ରଫୁଲ୍ଲ ସାମଲ, ଜିଲ୍ଲା ପରିଷଦ ଅଧ୍ଯକ୍ଷ ଦ୍ବିଜବର ରାଉତ, ଜିଲ୍ଲାପାଳ ଜ୍ଞାନ ଦାସ, ଅତିରିକ୍ତ ଜିଲ୍ଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ପ୍ରକଳ୍ପ ନିଦ୍ର୍ଧେଶକ ମଧୁସୂଦନ ଦାସ, ଅତିରିକ୍ତ ପ୍ରକଳ୍ପ ନିଦ୍ର୍ଧେଶକ ରାଜେନ୍ଦ୍ର କୁମାର ପଣ୍ଡା ପ୍ରମୁଖ େଯାଗ ଦେଇଥିଲେ। ଏହି ମେଳା ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ମେଳାରେ ୨୪୦ ଗୋଟି ଷ୍ଟଲ ହୋଇଛି। ଏଥିରେ ଜିଲ୍ଲା ଓ ଜିଲ୍ଲା ବାହାରର ସ୍ବୟଂ ସହାୟକ ଗୋଷ୍ଠୀମାନେ ସେମାନଙ୍କ ଉପôାଦିତ ଦ୍ରବ୍ୟ ବିକ୍ର କରୁଛନ୍ତି। ଏହାର ସୁେଯାଗ ନେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO