
ଭୁବନେଶ୍ଵର, ଗତ ୨୪ ଘଂଟାରେ ରାଜ୍ୟରେ ୩.୪ ମି.ମି. ବର୍ଷା ରେକର୍ଡ ହୋଇଛି, ଯାହା ସ୍ଵାଭାବିକ ବର୍ଷା ୮.୪ ମି.ମି. ତୁଳନାରେ ୬୦ ପ୍ରତିଶତ କମ୍ ରହିଛି । ମୌସୁମୀ ନିମ୍ନଚାପ ରେଖା ଆଜି ତା’ର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି ଅଜମେର, ଗୁନା, ମାଣ୍ଡଲା, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।