
ଭୁବନେଶ୍ୱର, ଆସନ୍ତା ୧୨ ତାରିଖ ବେଳକୁ ଉତରପଶ୍ଚିମ ପାର୍ଶ୍ୱବର୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ରାଜ୍ୟରେ ୧୧, ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଶନିବାର ସକାଳୁ ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ ୧୧ରୁ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହୋଇପାରେ ।
ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ, ଆସନ୍ତା ୧୧ ତାରିଖରେ ବାଲେଶ୍ୱର,ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ,ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ,ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୨ ତାରିଖରେ ବାଲେଶ୍ୱର,ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ,ନୟାଗଡ଼, ଗଞ୍ଜାମ,ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ,ଅନୁଗୋଳ, ଢ଼େଙ୍କାନାଳ,କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର,ମାଲକାନଗିରି,କୋରାପୁଟ ଓ ରାୟଗଡାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଂଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଗଂଜାମ, କନ୍ଧମାଳ,ନୟାଗଡ, କଟକ, ଅନୁଗୋଳ,ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁିଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।