ଭୁବନେଶ୍ୱର, ୨୪ଘଂଟାରେ ଲଘୁଚାପ ସୃଷ୍ଟି ହେବ । ଗତକାଲିର ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତୀ ଉତର ବଙ୍ଗୋପସାଗର ଅଂଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଂଟା ମଧ୍ୟରେ ଉତରପଶ୍ଚିମ-ପାର୍ଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଆହୁରି ଘନୀଭୂତ ହୋଇ ପଶ୍ଚିମ -ଉତର ପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Related Stories
December 30, 2024
December 30, 2024