ଭୁବନେଶ୍ୱର, ପୂର୍ବତନ ବିଧାନସଭା ବାଚସ୍ପତି, ମନ୍ତ୍ରୀ ତଥା ବିଧାୟକ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦ୍ୱାଦଶାହ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପାତ୍ରଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ରାଜ୍ୟର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦ୍ୱାଦଶାହ ସଭାରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଭେଟି ମୋର ସମବେଦନା ଜଣାଇଲି । ଜନ ପ୍ରତିନିଧି ଏବଂ ବିଧାନସଭାର ବାଚସ୍ପତି ଭାବେ ତାଙ୍କର ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ବିଜୁ ଜନତା ଦଳରେ ତାଙ୍କର ସ୍ଥାନ ସର୍ବଦା ଅପୂରଣୀୟ ରହିବ ।