ଭୁବନେଶ୍ଵର,ଘନୀଭୂତ ହୋଇ ସୁଦୃଶଃ – ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି । ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ଼ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ସୁଦୃଶଃ -ଲଘୁଚାପ କ୍ଷେତ୍ର ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଯାହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରୀ ହୋଇଥିବା ବେଳେ ୯ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଏବଂ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଛି ।
ରେଡ୍ ୱାର୍ଣ୍ଣିଂ ଜାରୀ ହୋଇଥିବା ୬ ଜିଲ୍ଲା ହେଲା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା ଏବଂ ସମ୍ବଲପୁର । ସେହିପରି ଅରେଞ୍ଜ୍ ୱାର୍ଣ୍ଣିଂ ଜାରୀ ହୋଇଥିବା ୯ ଜିଲ୍ଲା ହେଲା ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଏବଂ ଢ଼େଙ୍କାନାଳ । ଅନୁରୂପ ଭାବେ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଥିବା ୬ ଜିଲ୍ଲା ହେଲା, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ନୟାଗଡ଼, ଯାଜପୁର ଏବଂ ରାୟଗଡ଼ା। ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।