
ନୂଆଦିଲ୍ଲୀ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟର ମୂଲ୍ୟ ବ୍ୟାରେଲ ପିଛା 94 ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇର ମୂଲ୍ୟ ବ୍ୟାରେଲ ପିଛା 91 ଡଲାର ରହିଛି । ତେବେ ଦେଶରେ ତୈଳ ଓ ଗ୍ୟାସ ବିତରଣ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ଶନିବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 89.62, ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା 106.31 ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା 94.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ଲିଟର ପିଛା 106.03 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 92.76 ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ଲିଟର 102.63 ଟଙ୍କା ରହିଥିବା ବେଳେ ଡିଜେଲ 94.24 ଟଙ୍କା ରହିଛି ।